ଦୈନିକ ରାଶିଫଳ: 17 ଫେବୃୟାରୀ 2021, ଶ୍ରୀ ଗଣେଶଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୭ତାରିଖ, ବୁଧବାର, କୁମ୍ଭ ମାସ ୬ ଦିନ, ମାଘମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଅଶ୍ଵିନୀନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୯ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧୧ଟା ୩୬ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୪ଟା ୫୬ମିନିଟ୍, ସନ୍ଧ୍ୟା ୬ଟା ୩୪ମିନିଟ୍ ରୁ ରାତ୍ର ୧୦ଟା ୪୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଅଧସ୍ତନକର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବୃଷ:-

ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । କୌଣସି ପ୍ରିୟ ମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଆତ୍ମୀୟଙ୍କପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ମିଥୁନ:-

ସନ୍ତାନ ସୁଖରେ ସୁଖୀ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ବ୍ୟବସାୟରେ ବୃଦ୍ଧି ଓ ଉତ୍ତମ ରୋଜଗାର ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଶରୀର ସୁସ୍ଥରହିବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ନୂତନ ବ୍ୟବସାୟର ଶୁଭାରମ୍ଭ କରିପାରିବେ । ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ବ୍ୟସ୍ତ ରହିବେ । ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ସାମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ କୌଣସି କାମ ଅଟକିବ ନାହିଁ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବେ । ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଶତୃମାନେ ମିତ୍ରତାଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଘରୋଇ କର୍ମଚାରୀମାନେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ଘରୋଇ କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖଶାନ୍ତି ବୃଦ୍ଧି ହେବ । ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । କର୍ମଚାରୀମାନେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ମକର:-

ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ସହିତ କାର୍ଯ୍ୟ ଦକ୍ଷତାକୁ ଅଧିକ ମହତ୍ତ୍ଵ ଦେବେ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । କର୍ମଚାରୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ ଓ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପାରିବାରିକ କ୍ଷେତ୍ରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଧନ ଉପାର୍ଜ୍ଜନ କରିବା ପାଇଁ, ନୂତନ ଯୋଜନା ପ୍ରସ୍ତୁତ କରିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!