ଦୈନିକ ରାଶିଫଳ: 17 ଫେବୃୟାରୀ 2023, ମା’ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୭ତାରିଖ, ଶୁକ୍ରବାର, କୁମ୍ଭମାସ ୫ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ । କୌଳବ କରଣ ଦିବା ୧ଟା ୧୬ମିନିଟ୍ ପରେ ତୈତିଳ କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ପୋଇ, ମସୁରଡାଲି ନ ଖାଇଲେ ଭଲ ରାତ୍ର ୧୧ଟା ୩୬ ମିନିଟ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧୧ଟା ୩୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୯ଟା ୯ମିନିଟ୍ ରୁ ୧୦ଟା ୩୫ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧୨ଟା, ରାତ୍ରି ୮ଟା ୫୧ମିନିଟ୍ ରୁ ୧୦ଟା ୨୬ମିନିଟ୍ । ଶୁଭସମୟ- ସକାଳ ୬ଟା ୧୮ମିନିଟ୍ ରୁ ୭ଟା ୪ମିନିଟ୍, ସକାଳ ୭ଟା ୪୯ମିନିଟ୍ ରୁ ୯ଟା ୯ମିନିଟ୍, ଦିବା ୧୨ଟା ୨୩ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୧୧ମିନିଟ୍ ରୁ ୫ଟା ୪୩ମିନିଟ୍, ସନ୍ଧ୍ୟା ୭ଟା ୨୩ ମିନିଟ ରୁ ୮ଟା ୫୧ ମିନିଟ, ରାତ୍ର ୨ଟା ୬ ମିନିଟ ରୁ ୪ଟା ୩୭ ମିନିଟ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଶତ୍ରୁନାଶ ହୋଇ ଧନପ୍ରାପ୍ତି ହେବ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ପ୍ରେମକ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସନ୍ତାନ ମାନଙ୍କ ବିଷୟରେ ଶୁଭ ସମାଚାର ଶୁଣିବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ସଙ୍ଗୀତ ଓ କଳାରେ ସୁନାମ ଅର୍ଜନ କରିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ । ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପଢାପଢିରେ ମାନସିକ ଶାନ୍ତି ପାଇବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଅଧିକାଂଶ ସମୟରେ ମିଶୁଥିବା ସମ୍ମାନିତ ଲୋକଙ୍କ ମଧ୍ୟରେ ତୁମର ଅନୁପ୍ରବେଶ ଦୃଢହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବନ୍ଧୁ ମିତ୍ର ଓ ପରିବାର ଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ । ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ପ୍ରଶଂସିତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ । ସନ୍ତାନଙ୍କ ପ୍ରତି ସଜାଗ ରହିବା ଆବଶ୍ୟକ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶିକ୍ଷାକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!