ପାରିବାରିକ ଜୀବନ ଆନନ୍ଦମୟ ହେବ। ଆଜି କେମିତି ରହିବ ଆପଣଙ୍କ ଦିନ : ୧୭ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ଜାନୁୟାରୀ ୨୦୧୮

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ  ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ:-

କୌଣସି ମୂଲ୍ୟହୀନ କଥାକୁ ନେଇ ଗୁରୁତ୍ଵ ଦେଲେ କ୍ଷତିରେ ପଡିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ ଓ ଧୋକା ମଧ୍ୟ ଖାଇବେ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ।  କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ। କର୍ମକ୍ଷେତ୍ରରେ ପଦୋନ୍ନତି, ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସ୍ଥାନାନ୍ତରର ସୂଚନା ପାଇବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ତୁଳା:-

ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହେବ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ମୂଲ୍ୟବାନ ପଦାର୍ଥ ଓ ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ସନ୍ତାନ ଭଳି ଦ୍ରବ୍ୟ ଲାଭ ହେବ। ପୁତ୍ର କନ୍ୟାମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ପୁତ୍ର କନ୍ୟାର ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ। ଆୟ ଉତ୍ତମ ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ପ୍ରାପ୍ତିହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା। ନିଜକାର୍ଜ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-

ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ନିଜର ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

କର୍ମକ୍ଷେତ୍ରରେ ଓ ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!