ଦୈନିକ ରାଶିଫଳ: ୧୭ ଜାନୁୟାରୀ ୨୦୧୯, ମା ଲକ୍ଷ୍ମୀଙ୍କର କୃପା ହିଛି ଏହି ସବୁ ରାଶି ଉପରେ, କର୍ମ କ୍ଷେତ୍ରରୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ଜାନୁୟାରୀ ୨୦୧୯

ମେଷ:

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:–

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତିରେ ପ୍ରଶଂସିତ ହେବା ସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମହିଳାମାନଙ୍କର ମିଷ୍ଟାନ ଭୋଜନପ୍ରାପ୍ତି ଓ ଉଚ୍ଚଆଶା ପୂରଣ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିଜମା ପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ। ପୁରାତନ ରୋଗର ପ୍ରକୋପ ହ୍ରାସ ଯୋଗେ ସ୍ୱାସ୍ଥ୍ୟରେ ଊନ୍ନତି, ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:

ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସୁଖ ଶାନ୍ତିରେ ଦିନଟି କାଟିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:

ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ସୃଷ୍ଟି ହେବ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ଅପଦସ୍ଥ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:

ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ବ୍ୟବସାୟରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:

ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବା ସହ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ଆର୍ଥିକଦିଗରୁ ସୁବିଧା, ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହେବାସହ ନିଜଲୋକଙ୍କ ମିତ୍ରାତା ଫଳରେ ମନରକ୍ଷୋଭ ଓ ହତାଶଭାବ ଦୂରେଇ ଯିବ। ଶରୀର ଭଲ ରହିବା ସହ  ଆୟ ବୃଦ୍ଧିପାଇବ। ଯେକୌଣସି ନୂତନକାର୍ଯ୍ୟ ଆରମ୍ଭ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭଫଳ ଦାଯକ ହେବ। ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:

ବ୍ୟବସାୟରେ ଶ୍ରମ ସାର୍ଥକ ହେବା ଫଳରେ ଆୟ ବଢିବ। କର୍ମ କ୍ଷେତ୍ରରେ ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ପ୍ରାପ୍ତି ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:

ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୈତିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:–

ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂତନ ଗୃହ ନିର୍ମାଣ କରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!