ଦୈନିକ ରାଶିଫଳ: ୧୭ ଜାନୁୟାରୀ ୨୦୨୦, ମା’ ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆସିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।      

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ଧନର ଆଗମନ ହୋଇପାରେ। ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ରାଜନୀତିରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରେମୀ-ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମାଜ ସେବା ଓ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପରିବାରରେ ମାନସିକ ଶାନ୍ତି ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଜଗାଜମି, ଗୃହ ଉପକରଣ କ୍ରୟ ନକରିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-

ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ। ରୋଜଗାର ସମସ୍ୟା ସୁଧୁରି ଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାର ସମାଧାନ କରି ପାରନ୍ତି। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଧାର୍ମିକ କାର୍ଯ୍ୟରେ ପ୍ରୋତ୍ସାହନ ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!