ମେଷ:-
ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଦୂରଯାତ୍ରାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-
କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। ମାନସିକ ସ୍ଥିରତା ରହିବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-
ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମହିଳାମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ। କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ। ସନ୍ତାନ ଯୋଗେ ଚିନ୍ତିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-
ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିଯିବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ସୁଧୁରି ଯିବ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
ସିଂହ:-
ପରିବାରର ସମସ୍ୟାର ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ଗୃହ ସମସ୍ୟାର ସମାଧାନ କରିପାରିବେ। ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-
କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ତୁଳା:-
ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-
କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-
ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣା ହୋଇ ପାରେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-
ପାରିବାରିକ ଜୀବନ ଆନନ୍ଦରେ କଟିବ ଓ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
କୁମ୍ଭ:-
କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ମହିଳା ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-
ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988