ଦୈନିକ ରାଶିଫଳ: ୧୭ ଜୁଲାଇ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୭ ତାରିଖ, ଶୁକ୍ରବାର, କର୍କଟ ମାସ ୨ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୧ମିନିଟ୍ ରୁ ୬ଟା ୧୨ମିନିଟ୍, ସକାଳ ୭ଟା ୫ମିନିଟ୍ ରୁ ୮ଟା ୩୬ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୬ଟା ୨୩ମିନିଟ୍, ସନ୍ଧ୍ୟା ୭ଟା ୫୩ମିନିଟ୍ ରୁ ୯ଟା ୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ।  ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯାଇ ପାରେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ସହ ଖ୍ୟାତି ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଯୋଗପ୍ରଦ ସମୟ ଯୋଗେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ, ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ।  ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ପାରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ବ୍ୟବସାୟରେ ଆଶା କରୁଥିବା କାମଟି ସହଜ ସୁବିଧାରେ ହୋଇଯିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ।  କର୍ମକ୍ଷେତ୍ରରେ ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବା ଯୋଗେ ଦୁଶ୍ଚିନ୍ତା ଦୂର ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁଙ୍କ ସାହାଯ୍ୟ ପାଇ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଉତ୍ତମ ରୋଜଗାର କରିପାରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାରବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବା ସହ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ଆଶାତିତ ଲାଭ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ। ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ପାରିବାରିକ ସମସ୍ୟା ସୁଧାରି ନେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ପାରନ୍ତି। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଚିନ୍ତାର କାରଣ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ଅଚାନକ ଧନ ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନରେ ବ୍ୟସ୍ତ ରହିବେ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ନୂତନ ଦ୍ରବ୍ୟ କ୍ରୟ କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପରିବାରରେ ଓ କୁଟୁମ୍ବରେ କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ପାଇବା ପାଇଁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!