ଦୈନିକ ରାଶିଫଳ: ୧୭ ଜୁନ୍ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଶୁଭ ସମାଚାର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ମହିଳାମାନଙ୍କର ଉନ୍ନତି ହେବ ଓ ମନ ଖୁସି ରହିବ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି କାମ କରି ପାରନ୍ତି। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର- ସବୁଜବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଦାମ୍ପତ୍ୟଜୀବନ ସୁଖମୟ ହେବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର- ଅସହାୟକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା ଓ ଉନ୍ନତି, ଖେଳରେ ପ୍ରଶଂସା, ବିଦ୍ୟାରେ ମନନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ରାଜନୀତିରେ ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍। ମହିଳା ମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଆର୍ଥିକସ୍ଥିତିରେ ଉନ୍ନତି ହେବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ। ଋଣ ଭରଣାରେ ସହଜ ହେବ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!