ଦୈନିକ ରାଶିଫଳ: 17 ଜୁନ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୭ତାରିଖ, ଶୁକ୍ରବାର, ମିଥୁନମାସ ୩ଦିନ, ଆଷାଢମାସ କୃଷ୍ଣପକ୍ଷ, ତୃତୀୟାତିଥି ସକାଳ ୬ଟା ୧୧ମିନିଟ୍ ପରେ ଚତୁର୍ଥୀତିଥି କ୍ଷୟ, ଉତ୍ତରାଷାଢା ନକ୍ଷତ୍ର ଦିବା ୯ଟା ୫୬ମିନିଟ୍ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ । ବିଷ୍ଟି କରଣ ପ୍ରାତଃ ୬ଟା ୧୧ମିନିଟ୍ ପରେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ସକାଳ ୬ଟା ୧୧ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସକାଳ ୬ଟା ୧୧ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୨୯ମିନିଟ୍ ରୁ ୧୧ଟା ୪୭ମିନିଟ୍, ରାତ୍ରି ୯ଟା ୫ମିନିଟ୍ ରୁ ୧୦ଟା ୨୬ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୫୬ମିନିଟ୍, ଦିବା ୧୨ଟା ୧୪ମିନିଟ୍ ରୁ ୨ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୨୪ମିନିଟ୍ ରୁ ୮ଟା ୩୨ମିନିଟ୍, ରାତ୍ର ୧୨ଟା ୫୩ମିନିଟ୍ ରୁ ୩ଟା ୧ମିନିଟ୍, ରାତ୍ର ୩ଟା ୪୬ମିନିଟ୍ ରୁ ୫ଟା ୧୦ମିନିଟ୍ । ପର୍ବଦିନ- ବସୁମତୀ ସ୍ନାନ ।

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ରାଜନୀତିରେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ସାମାନ୍ଯ ଲାଭହେବ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବିଦ୍ୟାରେ ଉନ୍ନତି କରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦ ହୋଇପାରେ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ପରିବାରର ସମସ୍ୟା ଗୁଡ଼ିକ ସମାଧାନ ହୋଇ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶୁଭକାମ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ଶତୃମାନେ ଦୂରେଇ ଯିବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତୃମାନେ ମଥାନତ କରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରତିକାର-ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!