ସାପ୍ତାହିକ ରାଶିଫଳ: ୧୭ ଜୁନ୍ ରୁ ୨୩ ଜୁନ୍, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଅବିବାହିତ  ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭ। ରାଜନୀତିରେ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇପାରନ୍ତି ଓ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଘରୋଇ କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ, ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଓ ଶାରିରୀକ ସୁସ୍ଥତା ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପ୍ରସଂଶିତ ହେବା ସହ ଉଚ୍ଚପଦ ପଦବି ପ୍ରାପ୍ତି ହୋଇ ପାରେ। ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସାମାଜିକ କାର୍ଯ୍ୟରେ ସଫଳ ହେବେ। ମହିଳାମାନ ଙ୍କର ବ୍ୟବସାୟରେ ଲାଭହେବ ଓ ପାରିବାରିକ ଅଶାନ୍ତି ଦୂରେଇ ଯିବା ଫଳରେ ସାମାଜିକ ପ୍ରତିଷ୍ଠା,ମାନ-ସମମାନରେ ବୃଦ୍ଧିହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।  ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ସାମାନ୍ୟ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ ଓ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପାରିବାରିକ ଜୀବନରେ ସଫଳତା ଲାଭ କରିବେ। ପ୍ରତିକାର ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବିଦେଶ ଯାତ୍ରା, ସୁଖଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଋଣରୁ ମୁକ୍ତି ହେବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହୋଇ ପାରନ୍ତି। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ ମାନସିକ ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ମହିଳାମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବା ସହ ଗୃହୋପକରଣ କ୍ରୟ କରିବା ପାଇଁ ମନବଳେଇବେ । ପ୍ରତିକାର କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଥିବା ଅଶାନ୍ତି ମେଣ୍ଟି ଯିବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ପାଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ମହିଳାମାନେ ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର ଇଷ୍ଟଦେବା ଦେବୀଙ୍କୁ ତିନୋଟି ଫୁଲ ସମର୍ପଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ  ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରତିକାର ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରଖି ପାରିବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ଏବଂ ଆୟ ଉପାର୍ଜନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ଏବଂ ଧୈର୍ଯ୍ୟ  ସହନଶୀଳତା ଯୋଗେ ଯଶ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ ମାମଲାରେ ଜୟଯୁକ୍ତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ଉନ୍ନତି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉଚ୍ଚାଧିକାରି ଓ ସହକର୍ମୀମାନେ ସହଯୋଗ କରିବା ଫଳରେ ଆନନ୍ଦିତ ହେବେ। ପୁରାତନ ରୋଗର ଉପଶମ ଯୋଗେ ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଛାତ୍ର-ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂର ଯାତ୍ରାରେ ସଫଳତା ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହୋଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। ପ୍ରତିକାର ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସହଜ ସରଳରେ ସମାଧାନ ହୋଇଯିବ। ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହୋଇ ପାରନ୍ତି । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରେମିକ-ପ୍ରେମିକମାନେ ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ମହିଳାମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତିହେବା ସହ ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ଯୁବକ-ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ବିଜୟୀ ହେବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ରାଜନୀତିରେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ ଓ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!