ଦୈନିକ ରାଶିଫଳ: 17 ମାର୍ଚ୍ଚ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୭ତାରିଖ, ବୁଧବାର, ମୀନମାସ ୪ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ଅଶ୍ଵିନୀନକ୍ଷତ୍ର, ସକାଳ ୭ଟା ୩୦ମିନିଟ୍ ଗତେ ଦ୍ଵିଜାନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୮ମିନିଟ୍ ରୁ ୭ଟା ୩୧ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୪ମିନିଟ୍, ସନ୍ଧ୍ୟା ୬ଟା ୪୨ମିନିଟ୍ ରୁ ରାତ୍ର ୧୦ଟା ୪୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । କୁଟୁମ୍ବରେ ଲାଗି ରହିଥିବା ଝଗଡା ଆଜି ତାହାର ସମାଧାନ କରିପାରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଦୂରଯାତ୍ରାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଓ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟରେ ଉନ୍ନତି କରିବେ । କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ । ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଆକସ୍ମିକ ଧନପ୍ରାପ୍ତି ହୋଇ ଅର୍ଥ ସମ୍ପର୍କୀୟ ସମସ୍ୟା ଅନୁକୂଳ ରହିବ । ମାଲିମୋକଦ୍ଦମା, ଖେଳ, ନୃତ୍ୟଗୀତ ପ୍ରତିଯୋଗିତାରେ ସଫଳ ହେବେ । ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିବ । ରାଜନୀତିରେ ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବା ଫଳରେ ପରିବାରରେ ସୁଖଶାନ୍ତି ଫେରି ଆସିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ଦୂରଯାତ୍ରା କଷ୍ଟକର ହେବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ମନପସନ୍ଦ ଜିନିଷପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ଅର୍ଥଲାଭର ମାର୍ଗ ଖୋଲିଯିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରି ବହୁତ ଶାନ୍ତି ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!