ଦୈନିକ ରାଶିଫଳ: 17 ମାର୍ଚ୍ଚ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୧୭ ତାରିଖ, ଗୁରୁବାର, ମୀନ ମାସ ୩ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଶୂଳ ଯୋଗ । ବାଣିଜ୍ୟ କରଣ ଦିବା ୧ଟା ୩୧ମିନିଟ୍ ପରେ ବିଷ୍ଟି କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ବିରି ନ ଖାଇଲେ ଭଲ ଦିବା ୧ ଟା୩୦ ମିନିଟ୍ ପରେ ଆମିଷ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୧ଟା ୩୧ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପୂର୍ଣ୍ଣିମାର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ଦିବା ୪ଟା ୨୪ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୫୪ମିନିଟ୍, ରାତ୍ରି ୧୧ଟା ୫୪ମିନିଟ୍ ରୁ ରାତ୍ରି ୧ଟା ୨୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୮ମିନିଟ୍ ରୁ ୭ଟା ୩୨ମିନିଟ୍, ଦିବା ୧୦ଟା ୪୪ମିନିଟ୍ ରୁ ୧ଟା ୦୬ମିନିଟ୍, ରାତ୍ର ୨ଟା ୪୪ମିନିଟ୍ ରୁ ୩ଟା ୩୧ମିନିଟ୍ । ରାହୁ ମେଷକୁ ଓ କେତୁ ତୁଳା ରାଶିକୁ ବକ୍ର ସଂଚାର ହେବେ ।

ମେଷ:-ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବ୍ୟବସାୟ କ୍ଷେତ୍ରରେ ମାନସିକସ୍ଥିତି ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଭଲ କାର୍ଯ୍ୟ କରି ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ । ଅଧ୍ୟାପନ, ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ । ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ । ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ । ଅଫିସରେ ଟେନସନ୍ ଦୂର ହେବ । ହଠାତ୍ କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମ ଓ ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶରୀରପୀଡା ଭୋଗ କରିବା ସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଶରୀରପୀଡା ଭୋଗ କରିବା ସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । କର୍ମ କ୍ଷେତ୍ରରେ କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଆର୍ଥିକସ୍ଥିତି ଭଲ ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅଫିସ୍ ରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-କର୍ମ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ସମସ୍ତ ଆଶାପୂରଣ ହେବାରେ କିଛି ଅସୁବିଧା ହେବ ନାହିଁ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରି ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ ହୋଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି ପାରନ୍ତି । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଉତ୍ତମ ରୋଜଗାର କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!