ଦୈନିକ ରାଶିଫଳ: ୧୭ ମଇ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅତ୍ୟନ୍ତ ଶୁଭଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ।ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ।ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ଧନୁ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ସମୟ ଗୁଡିକ ହସ ଖୁସିରେ ବିତିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ମେଣ୍ଟିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ :-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!