ଦୈନିକ ରାଶିଫଳ: ୧୭ ମଇ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୭ତାରିଖ, ରବିବାର, ବୃଷମାସ ୪ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଦଶମୀତିଥି, ପୂର୍ବଭାଦ୍ରପଦନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର ଦିବା ୭ଟା ୧୪ମିନିଟ୍ ପରେ ମୀନରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। କଳମଶାଗ ଓ ଶିମ୍ବ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୫୮ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୨ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୧୩ମିନିଟ୍ ରୁ ରାତ୍ର ୭ଟା ୪୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ। କର୍ମକ୍ଷେତ୍ରରେ ଅଶାନ୍ତି, ବିଶୃଙ୍ଖଳାରୁ ମୁକ୍ତ ହୋଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ କୃଷିଜାତ ଦ୍ରବ୍ୟର ବ୍ୟବସାୟୀ ମାନେ ଅଧିକ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ସାଫଲ୍ୟ ଯୋଗେ ଶାନ୍ତି ପାଇବେ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ  କର୍ମ କ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ ଓ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂଆ ମିତ୍ରଙ୍କ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖା ଦେବ। ଅଧାଥିବା କାର୍ଯ୍ୟ ପୂରଣ କରିବା ଫଳରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଦୁଃଖୀ ଲୋକଙ୍କୁ ସାହାରାହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହି ପାରନ୍ତି। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି । ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଆର୍ଥିକ ସହାୟତା ପାଇ ପାରନ୍ତି। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ ଏବଂ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।  ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ। ବାକ୍ୟ ସଂଯମତା ନ ରଖିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!