ଦୈନିକ ରାଶିଫଳ: 17 ମଇ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୭ତାରିଖ, ମଙ୍ଗଳବାର, ବୃଷମାସ ୩ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ପ୍ରତିପଦତିଥି, ସକାଳ ୬ଟା ୨୫ମିନିଟ୍ ପରେ ଦ୍ଵିତୀୟାତିଥି କ୍ଷୟ, ଅନୁରାଧା ନକ୍ଷତ୍ର ଦିବା ୧୦ଟା ୪୬ମିନିଟ୍ ଗତେ ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଶିବ ଯୋଗ ରାତି ୧୦ଟା ୩୭ମିନିଟ୍ ପରେ ସିଦ୍ଧ ଯୋଗ । କୌଳବ କରଣ ସକାଳ ୬ଟା ୨୫ମିନିଟ୍ ପରେ ତୈତିଳ କରଣ ଓ ଦିବା ୪ଟା ୪୩ମିନିଟ୍ ପରେ ଗର କରଣ । ମକର ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ, ସକାଳ ୬ଟା ୨୫ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ସକାଳ ୬ଟା ୨୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୩ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ଦିବା ୨ଟା ୫୬ମିନିଟ୍, ରାତ୍ରି ୭ଟା ୩୨ମିନିଟ୍ ରୁ ୮ଟା ୫୬ମିନିଟ୍ । ଶୁଭସମୟ- ଦିବା ୮ଟା ୩୧ମିନିଟ୍ ରୁ ଦିବା ୧୦ଟା ୨୪ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ଦିବା ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ୬ଟା ୫୨ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ରାତ୍ର ୧୧ଟା ୧୯ମିନିଟ୍, ରାତ୍ର ୧ଟା ୩୫ମିନିଟ୍ ରୁ ୩ଟା ୨ମିନିଟ୍ । ପର୍ବଦିନ- ସୀତାନବମୀ ।

ମେଷ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରୋପକାର ଓ ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ନିଜ ପରିଶ୍ରମରେ ସଫଳତା ପାଇବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶୁଭକାମ କରି ପ୍ରଶଂସିତ ହେବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ପାଇବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଓ ପରିବାର ପାଇଁ ଚିନ୍ତାର କାରଣ ହେବ । କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆନ୍ତରିକ ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶାରିରୀକ ଅସୁସ୍ଥତା ଦୂରହେବ । ଆକସ୍ମିକ ଧନପ୍ରାପ୍ତି ହେବାସହ ଯଶମାନ ପ୍ରତିଷ୍ଠା ମିଳିବ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ଉପରିସ୍ଥ କର୍ମକର୍ତ୍ତା ଆପଣଙ୍କର ସହଯୋଗ ଲୋଡିବେ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବା ସହ ଅର୍ଥଲାଭର ଯୋଗ ରହିଛି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ନୂତନପନ୍ଥା ଅନୁସରଣ କରିବା ଫଳରେ ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କଲେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଯୋଗେ ପାରିବାରିକ ଜୀବନ ଆନନ୍ଦମୟ ହେବ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଦାମ୍ପତ୍ୟ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!