ସାପ୍ତାହିକ ରାଶିଫଳ: ମଇ ୧୭ ତାରିଖ ରୁ ମଇ ୨୩ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବା ସହ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଶତୃମାନେ ଦୁର୍ବଳ ହେବା ଫଳରେ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିବା ଫଳରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେଇ ପାରେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବା ସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବା ଫଳରେ ଉନ୍ନତି ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ । ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସୂଚନାପାଇ ଖୁସି ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କାଲେ ସଫଳ ହେବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖା ଦେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପୁରାତନରୋଗରୁ ଉପଶମ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ଗୁରୁଜନ ଓ ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଗୁରୁଜନମାନଙ୍କର ଆଦରଣୀୟ ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ପ୍ରଶଂସା ପାଇବେ । ସାକ୍ଷାତ୍କାରରେ ବିଜୟୀହେବେ । ନୂତନ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଲାଗି ପଡିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟବସାୟୀ ମାନେ ଆଦର୍ଶବାଦୀ ହୋଇ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ନୂଆ ନିଯୁକ୍ତି ଯୋଗ ଥିବାରୁ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରି ପାରନ୍ତି । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ରାଜନୀତି କ୍ଷେତ୍ରରେ ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!