ଦୈନିକ ରାଶିଫଳ: ୧୭ ନଭେମ୍ବର ୨୦୧୮। ଶନି ଦେବଙ୍କ କୃପାରୁ ଏହି ୪ଟି ରାଶିର ବ୍ୟବସାୟରେ ଓ କର୍ମରେ ଉନ୍ନତି ହେବ…

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ନଭେମ୍ବର ୨୦୧୮। ଶନି ଦେବଙ୍କ କୃପାରୁ ଏହି ୪ଟି ରାଶିର ବ୍ୟବସାୟରେ ଓ କର୍ମରେ ଉନ୍ନତି ହେବ…

ମେଷ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ମହିଳାମାନେ ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ଯୁବକ ଯୁବତୀମାନେ ଚେଷ୍ଟା କଲେ  କର୍ମ ନିଯୁକ୍ତିରେ ସଫଳ ହେବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ :-

ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଆଜି ସମାଧାନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ପ୍ରତିକାର : ବାପା ଓ ମାଆଙ୍କୁ ପୂର୍ଣ୍ଣ  ଆଦର ଓ ସତ୍କାର କରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। କଠିନ  ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ଆଳସ୍ୟ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର: ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯିବ।  ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଚେଷ୍ଟା କଲେ  କର୍ମ ନିଯୁକ୍ତିରେ ସଫଳ ହେବେ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆର୍ଥିକ  କ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ।  ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନପ୍ରାପ୍ତି ହେବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର: ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

ଧନୁ:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ପ୍ରତିକାର: ବୃଦ୍ଧ ବୃଦ୍ଧାଙ୍କର ସେବାକରୀ ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର :-

ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ :-

ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନେ ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ପ୍ରତିକାର: ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ :-

ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ ଯୋଗେ ଭାଙ୍ଗିପଡିବେ ନାହିଁ। ପ୍ରତିକାର : ଆମିଷଭୋଜନ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!