ଦୈନିକ ରାଶିଫଳ: 17 ନଭେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବରମାସ ୧୭ତାରିଖ, ମଙ୍ଗଳବାର, ବିଛାମାସ ୨ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର, ଦିବା ୧୨ଟା ୨୨ମିନିଟ୍ ଗତେ ମୂଳାନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ଦିବା ୧୨ଟା ୨୨ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧ମିନିଟ୍ ରୁ ୬ଟା ୪୩ମିନିଟ୍, ସକାଳ ୮ଟା ୪୬ମିନିଟ୍ ରୁ ୧୧ଟା ୮ମିନିଟ୍, ସନ୍ଧ୍ୟା ୫ଟା ୨ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୮ଟା ୩୦ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ୧୧ଟା ୫୬ମିନିଟ୍।

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଜଣେ ଅଜଣା ବ୍ୟକ୍ତିଙ୍କ ହେତୁ କିଛି ସମସ୍ୟା ସୃଷ୍ଟି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସାମାଜିକ ପତିଆରା ଅମଳିନ ରହିବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଶାରୀରିକ କଷ୍ଟ ଦୂର ହେବ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ ଆଦି କ୍ରୟକରି ପାରନ୍ତି। ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। କିଛି ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ତୁଳା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ ସହଜରେ ପୂର୍ଣ୍ଣ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇ ପାରନ୍ତି। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତି ସହି ବାକୁ ପଡି ପାରେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ଗୃହରେ ଶୁଭ କାର୍ଯ୍ୟ ହୋଇପାରେ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ହସଖୁସିରେ ସମୟ ବିତାଇବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!