୨୦୨୨ମସିହା, ଅକ୍ଟୋବର ମାସ ୧୭ତାରିଖ, ସୋମବାର, ତୁଳାମାସ ୧ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ସପ୍ତମୀତିଥି ସକାଳ ୯ଟା ୩୩ମିନିଟ୍ ପରେ ଅଷ୍ଟମୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ଶିବ ଯୋଗ ଦିବା ୪ଟା ପରେ ସିଦ୍ଧ ଯୋଗ। ବବ କରଣ ସକାଳ ୯ଟା ୩୦ମିନିଟ୍ ପରେ ବାଳବ କରଣ। ମିଥୁନ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ ସକାଳ ୯ଟା ୩୦ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ବାୟବ୍ୟେ ସକାଳ ୯ଟା ୩୦ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୨ଟା ୨୫ମିନିଟ୍ ରୁ ୩ଟା ୫୧ମିନିଟ୍, ରାତ୍ରି ୯ଟା ୫୮ମିନିଟ୍ ରୁ ୧୧ଟା ୩୨ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୪୬ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୭ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୯ଟା ୫୭ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୫ମିନିଟ୍। ପର୍ବଦିନ- ଜଳ ବିଷୁବ ତୁଳା ସଂକ୍ରାନ୍ତି, ଗର୍ଭଣା ସଂକ୍ରାନ୍ତି, କାଳାଷ୍ଟମୀ।
ମେଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ମାନସିକ ଶାନ୍ତି ଦେଖାଦେଇ ପାରେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ ସହଜ ସରଳରେ ହୋଇ ପାରିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଭ୍ରମଣକାଳରେ କ୍ଲେଶ ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ଅଧସ୍ତନକର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ପାରିବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସାମାଜିକ ସ୍ତରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ଆଦାୟ ହେବ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ମଉଜ ମସ୍ତିରେ ସମୟ କଟିପାରେ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଜାଗାଜମି ଘରବାଡ଼ି ନେଇ ସମସ୍ୟା ଦେଖାଦେବ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ଗ୍ରାହାକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମକର:-ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ପୁରାତନ ରୋଗର ଉପସମ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ। ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ ଉନ୍ନତିରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଦୂର ସ୍ଥାନକୁ ଯାତ୍ରା କରିବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।