ଦୈନିକ ରାଶିଫଳ: ୧୭ ସେପ୍ଟେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଶରୀର ସୁସ୍ଥ ରହିବ। ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ପଦୋନ୍ନତି ହେବ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ସିଂହ:-

ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ ଓ ସମ୍ବନ୍ଧରେ ପ୍ରଗାଢତା ଆସିବ। କାର୍ଯ୍ୟକ୍ଷେତ୍ରରେ ଲାଭ ଉଠେଇବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସମ୍ବାଦ କାୟମ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଅଟେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ଧର୍ମ କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:- 

ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ।  ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ନେଇ ପାରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କୁମ୍ଭ:-

କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କାଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଜୟଯୁକ୍ତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରିବ। ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!