ଦୈନିକ ରାଶିଫଳ: ୧୭ ସେପ୍ଟେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ବିଚ୍ଛା:-

ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।   

ମକର:-

ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!