ଦୈନିକ ରାଶିଫଳ: ୧୮ ଏପ୍ରିଲ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୮ତାରିଖ, ଶନିବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟଦିବା ୧୦ଟା ୧୩ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ୧୦ଟା ୩୫ମିନିଟ୍। ପର୍ବଦିନ ସର୍ବସମ୍ମତ ବରୁଥିନୀ ଏକାଦଶୀ ଉପବାସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରି ପାରନ୍ତି। ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବାସଗୃହ କିମ୍ବା ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗକୁ ସାମାଜିକ ମାନ୍ୟତା ମିଳିଯାଇ ପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ସ୍ୱାସ୍ଥ୍ୟ ପାଇଁ ସତର୍କ ନ ରହିଲେ ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ପ୍ରାପ୍ତି ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭ ହୋଇ ପାରେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। କୌଣସି ଗନ୍ୟମାନ୍ୟ ବା ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହୋଇ ପାରେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।   ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇ ପାରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରି ପାରନ୍ତି। କେତେକ କାର୍ଯ୍ୟରେ ବାଧା ଆସିବ ତେଣୁ ଚିନ୍ତାଗ୍ରସ୍ତ ରହି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ ସ୍ଥଳରେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ ଓ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବନ୍ଧୁ, ମିତ୍ର ଓ ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ସୁଖଶାନ୍ତି ଫେରି ଆସିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବା ସହ ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଅଧ୍ୟୟନ ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହି ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ଶିକ୍ଷା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ସାବଧାନତା ଅବଲମ୍ବନ ନ କଲେ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପରୋପକାର କାର୍ଯ୍ୟକରିବା ଫଳରେ ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବା ସହ କେତେ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରି ପାରନ୍ତି। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ଦୁଃଖୀ ଲୋକଙ୍କୁ ସାହାରା ହୋଇ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କଲେ ମଧ୍ୟ ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ଅଟେ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!