ଦୈନିକ ରାଶିଫଳ: 18 ଏପ୍ରିଲ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୮ତାରିଖ, ରବିବାର, ମେଷମାସ ୫ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା୩୧ରୁ ୯ଟା ୩୯ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୦ମିନିଟ୍, ଦିବା ୬ଟା ୪୮ମିନିଟ ରୁ ୯ଟା ୪ମିନିଟ୍, ରାତ୍ରି ୧୨ଟା ୯ ମିନିଟ୍ ରୁ ୧ଟା ୧୦ମିନିଟ୍, ରାତ୍ର ୨ଟା ୩୮ମିନିଟ୍ ରୁ ୩ଟା ୧୧ ମିନିଟ୍ । ପର୍ବଦିନ- ବାସନ୍ତିକ ବିଲ୍ଵ ବରଣୋତ୍ସବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଅତ୍ୟଧିକ ଲାଭବାନ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ଆନନ୍ଦିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟରେ ଅଚାନକ ଭାବରେ ଧନ ପ୍ରାପ୍ତି ହେବ । ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରରେ ସହଯୋଗ ପ୍ରାପ୍ତି ଓ ସ୍ଥିତି ସୁଦୃଢ଼ ହେବ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ତଳ ମହଲରୁ ଆଶାତୀତ ଲାଭ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଅନେକ କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ । ଉତ୍ତମ ରୋଜଗାର ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ । କଳା, ସାହିତ୍ୟ ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ପରିବେଶ ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ଅବସାନ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!