୨୦୨୨ ମସିହା, ଏପ୍ରିଲ ମାସ ୧୮ ତାରିଖ, ସୋମବାର, ମେଷ ମାସ ୫ ଦିନ, ବୈଶାଖମାସ କୃଷ୍ଣପକ୍ଷ, ଦ୍ଵିତୀୟା ତିଥି ସନ୍ଧ୍ୟା ୭ଟା ୨୪ମିନିଟ୍ ପରେ ତୃତୀୟା ତିଥି, ସ୍ଵାତି ନକ୍ଷତ୍ର ସକାଳ ୫ ଟା ୩୩ମିନିଟ୍ ପରେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ରାତି ୮ଟା ୨୩ମିନିଟ୍ ପରେ ବ୍ୟତିପାତ ଯୋଗ । ତୈତିଳ କରଣ ଦିବା ୮ଟା ୪୪ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୨୪ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସନ୍ଧ୍ୟା ୭ଟା ୨୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୫ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ୪ଟା ୨୮ମିନିଟ୍, ରାତ୍ରି ୧୦ଟା ୨୦ମିନିଟ୍ ରୁ ୧୧ଟା ୪୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୭ଟା ୪ମିନିଟ୍, ଦିବା ୧୦ଟା ୩୨ମିନିଟ୍ ରୁ ଦିବା ୧ଟା ୧ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ୪୮ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୬ମିନିଟ୍ ରୁ ରାତ୍ର ୨ଟା ୨୬ମିନିଟ୍ ।
ମେଷ:-ଶରୀର ସୁସ୍ଥ ରହିବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରଭାବ ଆଚରଣ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦେଶଯାତ୍ରାରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ମିଥୁନ:-ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଛାତ୍ର ଛାତ୍ରୀମାନେ ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ଅଧିକ ପରିଶ୍ରମ ଯୋଗୁ ରୋଗାଗ୍ରସ୍ତ ହୋଇ ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଶତୃମାନଙ୍କ ଠାରୁ ଉପସମ ମିଳିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ପ୍ରେମିକ ପ୍ରେମିକା ମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । କର୍ମକ୍ଷେତ୍ରରେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ଶାନ୍ତି ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି କାରଣକୁ ନେଇ ଚିନ୍ତାଗ୍ରସ୍ତ ହୋଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ଶରୀର ସୁସ୍ଥ ରହିବା ସହ ସମସ୍ତ ଆଶା ପୂରଣ ହେବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଆୟର ସ୍ରୋତ ବୃଦ୍ଧି ହେବା ଫଳରେ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗ ହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟ ବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀମାନେ ଆଶାନୁରୂପ ଫଳ ପାଇବେ । ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସାଧାରଣ ବାତାବରଣ ଜାରି ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ଧନୁ:-ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ବ୍ୟବସାୟରେ ସଫଳତା ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଆର୍ଥିକସ୍ଥିତି ଭଲ ରହିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
କୁମ୍ଭ:-ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ସହକର୍ମୀ ମାନଙ୍କର ସହଯୋଗ ପାଇବେ ଓ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ । ପ୍ରେମିକ ପ୍ରେମିକା ମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।