ଦୈନିକ ରାଶିଫଳ: 18 ଏପ୍ରିଲ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଶତୃଙ୍କ ସହିତ ମୁକାବିଲା କରିପାରିବେ। ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବାସହ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ।ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ ଓ ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସାହିତ୍ୟ, କଳା, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଓ ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯାଇ ଆଶାଆକାଂକ୍ଷା ପୂର୍ଣ୍ଣ ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ ଓ ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଦୂର ସ୍ଥାନକୁ ଯାତ୍ରା କରି ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶରିର ସୁସ୍ଥ ରହିବାସହ ଶତୃମାନେ ମିତ୍ରଭାବ ଆଚରଣ କରିବେ। କାର୍ଯ୍ୟ କ୍ଷେତ୍ରରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନୂତନବ୍ୟବସାୟ ଆରମ୍ଭ କରି ପାରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ସହାୟତା ପାଇ ଘରୋଇ ସମସ୍ୟାର ସମାଧାନ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଅଚାନକ ଭାବରେ ସ୍ଥାନ ପରିବର୍ତ୍ତନ ହୋଇପାରେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ କାରଣ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ଯୋଗେ ଉନ୍ନତମାନର ଫଳ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ମାନସିକ ଚିନ୍ତା ବୃଦ୍ଧି ହେବା ସହ ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ। ବିଦେଶ ଯାତ୍ରାରେ ସଫଳ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଙ୍କ ଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!