ଦୈନିକ ରାଶିଫଳ: ୧୮ ଅଗଷ୍ଟ ୨୦୧୮। ଏହି ୫ଟି ରାଶିର ବ୍ୟବସାୟରେ ପ୍ରଚୁର ଲାଭର ଯୋଗ ଅଛି।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଅଗଷ୍ଟ ୨୦୧୮। ଏହି ୫ଟି ରାଶିର ବ୍ୟବସାୟରେ ପ୍ରଚୁର ଲାଭର ଯୋଗ ଅଛି।

ମେଷ:-

ଭାତୃବିବାଦ, ଜମିବାଡ଼ି ଓ ଘରଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହ ଦୂର ହେବ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। କୃଷିଜିବୀମାନେ ଉତ୍ସାହିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶାରୀରିକ ପୀଡ଼ା ବୃଦ୍ଧି ପାଇବ। ମନରେ ଦୁଶ୍ଚିନ୍ତା ଓ ବନ୍ଧନଭୟ ରହିବ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ କରିବାକୁ ମନ ବଳେଇବେ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ପ୍ରିୟଜନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ। ସକଳ କାର୍ଯ୍ୟରେ ସଫଳତା ମିଳିବ। ଗୃହ ଜାଗା ଯାନବାହାନ ପ୍ରାପ୍ତି ହେବ। ମିଷ୍ଠାନ୍ନ ଭୋଜନ କରିବେ। ଉଚ୍ଚଆଶା ପୂରଣ ହୋଇପାରେ। ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ ହେବ। ଶତ୍ରୁନାଶ ହେବ। ଧନପ୍ରାପ୍ତି ହେବ। ନୂତନ ମିତ୍ର ଲାଭ ହେବ। ଚାକିରୀ କ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଧାର୍ମିକ କ୍ଷେତ୍ରରେ ମନ ବଳାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସହକର୍ମୀମାନଙ୍କ ସହ ଶତ୍ରୁତା ଦୂର ହେବ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ଅନେକ ଶୁଭକର୍ମରେ ଯୋଗ ଦେବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବାର କ୍ଷେତ୍ରରେ ଦ୍ୱନ୍ଦ୍ୱ ଦେଖାଦବ। ଖାଇବା ପିଇବାରେ ସନ୍ତୁଳନ ଯୋଗେ ପେଟ ରୋଗ ବୃଦ୍ଧି ହେବ। ପ୍ରତିକାର-କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

କର୍ମକ୍ଷେତ୍ରରେ ସ୍ଥାନାନ୍ତର ଯୋଗ ଅଛି। ଉଚ୍ଚଆଶା ସଫଳହେବ। ବିଚାରବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। କୃଷିଜୀବିମାନେ ଉଲ୍ଲସିତ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୈତିକ  ଜୀବନ ଝଡ଼ ଝଞ୍ଜାମୟ ହେବାର ସମ୍ଭାବନା ରହିଛି। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ମହିଳାମାନେ ଅନ୍ୟମାନଙ୍କ କାମରେ ମନ ଦେଇ ନିଜ କାମକୁ ଅବହେଳା କରିବେ। ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ।

ସିଂହ:–

କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକହେବ। ଦେହମନ ଭଲ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ମହିଳାମାନେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ଓ ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢ଼ିବ। ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକହେବା ଫଳରେ ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧିହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଦେଖାଦେଲେ ମଧ୍ୟ ଆୟ ବଢ଼ିବ। କୃଷିଜୀବିମାନଙ୍କର ସମସ୍ତ ସମସ୍ୟା ଦୂର ହୋଇ ସୁଖ-ଶାନ୍ତିରେ ଦିନଟି କାଟିବେ। ଯେକୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ, ମାଳିମକଦ୍ଦମାରେ ଜୟ, ଦମ୍ଭସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣକରିବେ। ଦେହପୀଡ଼ା, ଅଶାନ୍ତି, ଅର୍ଥସଙ୍କଟ ଦୂରେଇଯିବ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିପାରନ୍ତି। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ରାଜନୀତିରେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଫାଇଦା ଉଠାଇ ଅନୁତାପ କରିପାରନ୍ତି। ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ମନରେ ଶାନ୍ତି, ଭୟ ସତ୍ତ୍ୱେ ସମସ୍ତ କାର୍ଯ୍ୟରେ ଜୟ ହେବ। କୃଷିଜୀବିମାନେ  ସମ୍ମାନ ପାଇବେ। ଜାଗା, ଜମି,  ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

ବିଛା:-

ପନିପରିବା ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ। ଘରୋଇ କର୍ମଚାରୀଙ୍କ କର୍ମକ୍ଷେତ୍ରରେ ମତାନ୍ତର ସୃଷ୍ଟି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ଦେଖାଦେବ। ପଢ଼ାପଢ଼ିରେ ମାନସିକ ଅଶାନ୍ତି ଦେଖାଦେବ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପୂର୍ବଶତ୍ରୁମାନେ ପଛଘୁଞ୍ଚା ଦେବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ମହିଳାମାନେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଆହୁରି ପଢନ୍ତୁ: ଜାଣନ୍ତୁ! ସିଂହ ରାଶି ବ୍ୟକ୍ତି ମାନଙ୍କର ଶୁଭ ଅଙ୍କ, ରତ୍ନ, ରଙ୍ଗ ଓ ଜୀବନମନ୍ତ୍ର।

ଧନୁ:-

କର୍ମକ୍ଷେତ୍ରରରେ ବନ୍ଧୁଲାଭ ଓ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ରାଜନୀତିରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। କୃଷିଜିବୀମାନଙ୍କର ମାଲିମୋକଦ୍ଦମାରେ ଜୟ ହେବ ଓ ହସଖୁସିରେ ସମୟ ବିତିବ। ନୂତନ ସଂସ୍ଥାର ଆୟୋଜନ କରିବେ। ପ୍ରାପ୍ତି ହେବ। ମହିଳାମାନେ ଜାଗାଜମି, ଗୃହ ଉପକରଣ, ଯାନ ବାହାନ କ୍ରୟ କରିବା ପାଇଁ ମନ ବଳେଇବେ। ଛାତ୍ର ଛାତ୍ରୀମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ। ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ ।

ମକର:-

କର୍ମକ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସମସ୍ତ କାର୍ଯ୍ୟରେ ସିଦ୍ଧି, ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣ ପ୍ରାପ୍ତି, କର୍ମତତ୍ପର,  ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ, ମିଷ୍ଠାନ୍ନଭୋଜନ, ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତିହେବ। କୃଷିଜୀବିମାନେ ସାମାନ୍ୟ ଚେଷ୍ଟାକଲେ ଭଲ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ ଶତ୍ରୁମାନେ ମଥାନତ କରିବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। କୃଷିଜୀବିମାନେ ନିଜ କର୍ମରେ ଲିପ୍ତ ରହିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିବେ। ମହିଳାମାନେ ବ୍ୟବସାୟରେ ସଫଳ, ମାନସିକ ଶାନ୍ତି କର୍ମରେ ସ୍ଥିରତା ଯୋଗେ ଖୁସିହେବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ମୀନ:-

ବାଦ-ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ନ ପାରନ୍ତି। ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନହୋଇ ପାରନ୍ତି। ମହିଳାମାନଙ୍କ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। ଦେହ ପୀଡ଼ା, କଳହ ଓ  କେତେକ ଦ୍ରବ୍ୟନଷ୍ଟ ହୋଇପାରେ। ବିଦେଶ ଯାତ୍ରାରେ ଧନହାନୀ ହେବ। ମାନସିକ ଅସ୍ଥିରତା ଦେଖାଦେବ। ଛାତ୍ର ଛାତ୍ରୀମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!