ଦୈନିକ ରାଶିଫଳ: ୧୮ ଅଗଷ୍ଟ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆର୍ଥିକ ବୃଦ୍ଧି ଓ ପାରିବାରିକ ଶାନ୍ତି ଦେଖାଦେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ଓ ଭାବମୂର୍ତ୍ତି ସୁରକ୍ଷିତ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ହ୍ରାସ ପାଇ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ଘରୋଇ ସଂସ୍ଥାର ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ଉତ୍ତମ ରୋଜଗାର କରି ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ଓ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଧନମାନ ଦିଗରୁ ସୁରକ୍ଷିତ ରହିବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ। ଭାଗୀଦାର ବ୍ୟବସାୟରେ ବାଦ ବିବାଦ ମେଣ୍ଟିଯିବା ଫଳରେ ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇ ଆର୍ଥିକ ଉନ୍ନତି ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ ଓ ସାମାଜିକ ପତିଆରା ଅମଳିନ ରହିବ। ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନୀତିରେ ସଫଳତା ମିଳିବ। ମହିଳାମାନେ ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ଆୟ ଉପାର୍ଜନର ବୃଦ୍ଧି ହେବା ଫଳରେ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କନ୍ୟା:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଶୁଭ ସମାଚାର ପାଇ ଖୁସି ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଜୀବନ ସୁଖମୟ ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଋଣ ଭାରରୁ ମୁକ୍ତି ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଦୂର ସ୍ଥାନକୁ ଯାତ୍ରା କଲେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ମହିଳାମାନେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରି ପାରିବେ।  ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ବ୍ୟବସାୟରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବା ସହ ଶତୃ ପରାଜିତ ହେବେ। ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। ମାନସିକ ଏକାଗ୍ରତା ବଜାୟ ରହିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଆମୋଦ ପ୍ରମୋଦ, କ୍ରିଡାରେ ଆଗ୍ରହ ବଢିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବା ସହ ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ବ୍ୟବସାୟୀମାନେ ପ୍ରତିଦ୍ଵନ୍ଦିତାର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପତି-ପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!