ଦୈନିକ ରାଶିଫଳ: ୧୮ ଅଗଷ୍ଟ ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୮ ତାରିଖ, ମଙ୍ଗଳବାର, ସିଂହ ମାସ ୩ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ପୁଷ୍ୟାନକ୍ଷତ୍ର, ପ୍ରାତଃ ୫ଟା ୪୩ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବିରି ଜାତୀୟଦ୍ରବ୍ୟ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧ଟା ୭ମିନିଟ୍ ରୁ ୧ଟା ୨୪ମିନିଟ୍, ଦିବା ୪ଟା ୩୫ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ର ୯ଟା ୧୨ମିନିଟ୍ ରୁ ୧୧ଟା ୨୬ମିନିଟ୍। ପର୍ବଦିନ- ଅଘୋର ଚତୁର୍ଦ୍ଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଜାଗା, ଜମି ବ୍ୟବସାୟ ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ।

ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପୁରାତନ ରୋଗର ଉପସମ ହେବା ସହ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ।

ବ୍ୟବସାୟରେ ବିଶେଷ ଲାଭାନ୍ଵିତ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ସାବଧାନ ରୁହନ୍ତୁ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ସକ୍ରିୟ ହୋଇ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରିଲେ ସଫଳତା ମିଳିବ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବା ସହ ଆୟ ମଧ୍ୟ ଉତ୍ତମ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ।

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ।

କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପାରନ୍ତି।

ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ।  କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବିରୋଧୀମାନେ ଦୁର୍ବଳ ହୋଇ ଯିବା ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବନ୍ଧୁ ମିତ୍ରଙ୍କ ସହଯୋଗ ମିଳିବ।

ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁର ସମ୍ପର୍କ ସ୍ଥାପନ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ।

ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଇଲୋକଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଗୁରୁ ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ। ଦାମ୍ପତ୍ୟଜୀବନ ସୁଖମୟହେବ।

କର୍ମକ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମସ୍ୟା, ଗୃହରେକଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତାଭାବ ଦୂରେଇ ଯିବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି ଯାତାୟାତ କରିବା ଉଚିତ୍। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ।

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂର ହୋଇ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ।  ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଶତୃମାନେ ଦୂରେଇ ଯିବେ। ପଢାପଢି ସନ୍ତୋଷ ଜନକ ହେବା ଯୋଗେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ।

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!