ଦୈନିକ ରାଶିଫଳ: 18 ଅଗଷ୍ଟ 2022, ଆଜି ଜନ୍ମାଷ୍ଟମୀରେ ଶ୍ରୀ କୃଷ୍ଣଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୧୮ତାରିଖ, ଗୁରୁବାର, ସିଂହମାସ ୨ଦିନ, ଭାଦ୍ରବମାସ କୃଷ୍ଣପକ୍ଷ, ସପ୍ତମୀତିଥି, ଦ୍ଵିଜାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ । ବିଷ୍ଟି କରଣ ସକାଳ ୮ଟା ୪୭ମିନିଟ୍ ପରେ ବବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ରାତି ୯ଟା ୨୧ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୯ଟା ୨୧ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୩ଟା ରୁ ସନ୍ଧ୍ୟା ୬ଟା ୯ମିନିଟ୍, ରାତ୍ରି ୧୧ଟା ୫୦ମିନିଟ୍ ରୁ ରାତ୍ରି ୧ଟା ୧୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ।

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ କିନ୍ତୁ ମାନମର୍ଯ୍ୟାଦା ଉପରେ ଆଘାତ ଲାଗିପାରେ । କେହି ବାଦ ସାଧିବା ଉଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇ ପାରନ୍ତି । ତେଣୁ ସତର୍କ ରହିବା ଉଚିତ୍ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ ଓ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ ଓ ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି, ଆୟବୃଦ୍ଧି, ଋଣମୁକ୍ତିର ରାସ୍ତା ପାଇବା ସହ ମାନସିକ ଦୁଶ୍ଚିନ୍ତା ଓ ଶତୃବାଧା ଦୂରେଇ ଯିବ । ବ୍ୟବସାୟ ରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ହସଖୁସିରେ ସମୟ ବିତେଇବେ । ବିବେକ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-କୌଣସି ଶୁଭକାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ମାନସିକ ସ୍ଥିରତା ଦେଖାଦେବା ସହ ସାକ୍ଷାତକାରରେ ଜୟଲାଭ ହେବ । ପ୍ରେମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ ତେଣୁ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାର୍ଟି ବା ସମାରୋହ ରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । କର୍ମକ୍ଷେତ୍ରରେ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ ଓ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ । ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂର ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

ଧନୁ:-ଶତୃମାନେ ଦୁର୍ବଳ ହେବା ଫଳରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେଇପାରେ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖା ଦେଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଲୋକ ପ୍ରିୟତା ମଧ୍ୟ ହାସଲ କରି ପାରିବେ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପାରିବାରିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ପ୍ରବାସ ଯାତ୍ରାରେ ଲାଭବାନ୍ ହେବା ସହ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ଶୁଭ ସମାଚାର ପାଇ ଖୁସି ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । କେହି କୌଣସି କ୍ଷତି କରିପାରିବେ ନାହିଁ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ଉପର ମହଲରୁ ଆଶାତୀତ ଉପକୃତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!