ଦୈନିକ ରାଶିଫଳ: ୧୮ ଡିସେମ୍ବର ୨୦୧୮, ମା ମଙ୍ଗଳାଙ୍କ କୃପାରୁ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଡିସେମ୍ବର ୨୦୧୮

ମେଷ:-

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନ ମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ସୁବିଧା ସୁଯୋଗ ପାଇବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ।  ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ। ବିଦ୍ୟା କ୍ଷେତ୍ରରେ  ସୁନାମ ଅର୍ଜନ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେଲେ ମଧ୍ୟ କିଛି ବ୍ୟୟ କରିବେ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଆନନ୍ଦିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପାଇବେ। ପ୍ରତିକାର : ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ଓ  ସୁବିଧା ପ୍ରାପ୍ତି ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:  ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଦୂର ଯାତ୍ରାରେ ଆନନ୍ଦ ଉପଭୋଗ କରିବା ସହ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହେବାର ସୂଚନା ମିଳେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ମହିଳାମାନେ ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ। ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ। ପନିପରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ପ୍ରତିକାର : ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବ୍ୟବସାୟରେ ଆର୍ଥିକ ସାହାଯ୍ୟ ମିଳିବ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ  ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!