ଦୈନିକ ରାଶିଫଳ: ୧୮ ଡିସେମ୍ବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଶତୃମାନେ ଦୂରେଇ ଯିବେ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ମିଳିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସହ ଭୁଲ୍ ବୁଝାମଣାର ନିରାକରଣ ହେବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଅଫିସରେ ଟେନସନ ଦୂର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ପ୍ରେମିକ ପ୍ରେମିକାମାନଙ୍କର ବସ୍ତ୍ରଆଭୂଷଣ ଆଦି ଲାଭହେବ। ପ୍ରତିକାର ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟନ୍ତୁ।

ଧନୁ:-

ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା  ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ଶତୃ ଓ ବିରୋଧୀମାନଙ୍କ ମୁଣ୍ଡ ତଳକୁ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କୁମ୍ଭ:-

ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!