ଦୈନିକ ରାଶିଫଳ: 18 ଡିସେମ୍ବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୧୮ତାରିଖ, ରବିବାର, ଧନୁମାସ ୩ଦିନ, ପୌଷମାସ, କୃଷ୍ଣପକ୍ଷ, ଦଶମୀତିଥି, ହସ୍ତାନକ୍ଷତ୍ର ଦିବା ୧୦ଟା ୧୬ମିନିଟ୍ ପରେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ପ୍ରାତଃ ୬ଟା ୪୭ମିନିଟ୍ ପରେ ଶୋଭନ ଯୋଗ । ବାଣିଜ୍ୟ କରଣ ଦିବା ୩ଟା ୪୩ମିନିଟ୍ ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଯୋଗିନୀ-ଉତ୍ତରେ ରାତି ୩ଟା ୩୨ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୨ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ରି ୧ଟା ୨୨ମିନିଟ୍ ରୁ ୩ଟା ୧ମିନିଟ୍ । ଶୁଭସମୟ- ସକାଳ ୭ଟା ୩ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୧ଟା ୫ମିନିଟ୍ ରୁ ୨ଟା ୫୬ମିନିଟ୍, ଦିବା ୩ଟା ୪୧ମିନିଟ୍ ରୁ ୩ଟା ୪୫ମିନିଟ୍, ରାତ୍ର ୭ଟା ୪୬ମିନିଟ୍ ରୁ ୯ଟା ୩୦ମିନିଟ୍, ରାତ୍ର ୧୨ଟା ୧୦ମିନିଟ୍ ରୁ ୧ଟା ୨୧ମିନିଟ୍, ରାତ୍ର ୩ଟା ୨ମିନିଟ୍ ରୁ ୬ଟା ୧୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବେ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପୁରୁଣା ନିବେଶ ଲାଭ ଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!