ଆଜି କେମିତି ରହିବ ଆପଣଙ୍କ ଦିନ : ୧୮ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଫେବୃୟାରୀ ୨୦୧୮

ମେଷ-

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- ସୋରିଷତେଲରେ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ସମସ୍ତ କ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ-

ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କଷ୍ଟସହି କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ଅସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କନ୍ୟା-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା-

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

ବିଛା-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ-

ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର- ସୋରିଷତେଲରେ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!