ଦୈନିକ ରାଶିଫଳ: ୧୮ ଫେବୃୟାରୀ ୨୦୧୯, ଭୋଲେନାଥ ଏହି ସବୁ ରାଶିର ସମସ୍ତ ଦୁଃଖ କରିବେ ଦୂର, ମିଳିବ ସୁଖ ଶାନ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଫେବୃୟାରୀ ୨୦୧୯

ମେଷ:-

ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ସୁଧୁରିବ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ। ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବିଦ୍ୟାରେ ମନଯୋଗ ଦେଇ ପ୍ରଶଂସିତ ହେବେ। ଆର୍ଥିକଦିଗରୁ ସୁବିଧାହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ। ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ।  ମାନସିକ ଏକାଗ୍ରତା ବଜାୟ ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ। ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପନିପରିବା ଫସଲ ଆମଦାନୀରେ ଖୁସି ରହିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ବହୁତ ବ୍ୟୟ କରିବସିବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା:-

ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ। ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ।  କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ।  ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ।  କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ।

ବିଛା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରିପାରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।  

ଧନୁ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟୟ ଅଧିକ ହେତୁ ବଜେଟ ବୃଦ୍ଧି ହେବ। ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ। ଆଳସ୍ୟପରାୟଣ ବୃଦ୍ଧି ପାଇବ। ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣ ହୋଇ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!