ଦୈନିକ ରାଶିଫଳ: ୧୮ ଫ୍ରେବୃୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସୁଖ ଓ ସମୃଦ୍ଧି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନ ଅଶାନ୍ତି ରହିବ। ପ୍ରତିକାର:ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ।ଆର୍ଥୀକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ। ପ୍ରତିକାର ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

ଶାରିରୀକ ଅସୁସ୍ଥତା ଦୂରହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଉନ୍ନତିମୂଳକ ପଦକ୍ଷେପ ନେଇ କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:- 

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ବୁଝାମଣା ଠିକ୍ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଦୂରଯାତ୍ରାରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ। ପ୍ରତିକାରପିତାମାତାଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ।ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:- 

ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ।  ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ। ଘାତ

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ ସହଜରେ ପୂର୍ଣ୍ଣ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ଆୟର ସ୍ରୋତ ଖୋଲିଯିବ। କେହି କୌଣସି କ୍ଷତି କରି ପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

କୁମ୍ଭ:-

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର ମସୁରଡାଲି ଧର୍ମସ୍ଥାନରେ ଦେବେ। ଘାତ

ମୀନ:- 

ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଘରୋଇ ସମସ୍ୟାର ସମାଧାନ ହୋଇ ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ଆୟ ମଧ୍ୟ ଉତ୍ତମ ରହିବ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!