ଦୈନିକ ରାଶିଫଳ: 18 ଫେବୃୟାରୀ 2021, ମା ଲକ୍ଷ୍ମୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୮ତାରିଖ, ଗୁରୁବାର, କୁମ୍ଭମାସ ୭ ଦିନ, ମାଘମାସ, ଶୁକ୍ଳପକ୍ଷ, ମଳ ଷଷ୍ଠୀତିଥି, ସକାଳ ୮ଟା ୧୮ମିନିଟ୍ ଗତେ ସପ୍ତମୀ ତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ, ସକାଳ ୮ଟା ୧୮ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୮ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ୧ଟା ୮ମିନିଟ୍ । ପର୍ବଦିନ- ରାମକୃଷ୍ଣ ପରମହଂସଙ୍କ ଜନ୍ମ ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ପୈତୃକସମ୍ପତ୍ତି ନେଇ ପାରିବାରିକଦ୍ୱନ୍ଦ ଦେଖା ଦେଇପାରେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ଓ ଗୁରୁଜନଙ୍କ ସେବା, ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଉଚ୍ଚ ଆଶାରେ ଆଗେଇବେ । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-

ପାରିବାରିକ କ୍ଷେତ୍ରରେ ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ନୂତନ ଦ୍ରବ୍ୟ କ୍ରୟ କଲେ କମିଶନ କାର୍ଯ୍ୟରେ ଅଧିକ ଲାଭ ହେବାର ସମ୍ଭାବନା । କର୍ମ କ୍ଷେତ୍ରରେ ଉଚ୍ଚକର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । କଳାକାର ମାନେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଯୋଗେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ଶ୍ରମିକ ଓ ଘରୋଇ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ପରିବାର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବାଣିଜ୍ୟ କ୍ଷେତ୍ରରେ କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । କଳାକାରମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ କଥା ହୋଇ ପରାନ୍ତି । ପାରିବାରିକ କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ଆଲୁଅ ଅନ୍ଧାର ଲୁଚକାଳି ଖେଳର ଅବସାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆୟ ଉପାର୍ଜନ ବୃଦ୍ଧି ହେବ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଅନୁଭବ କରିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକଦିଗରୁ ସୁବିଧାହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

କଳାକାରମାନଙ୍କର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ପୁରାତନରୋଗରୁ ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ । ଆୟ ଉପାର୍ଜନରେ ବାଧା ନାହିଁ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ନିଜ ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବ୍ୟବସାୟିକ ଗତିବିଧି ଭଲ ରୂପରେ ଚଳିବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ରାଜନୀତିରେ ସମ୍ମାନର ସହିତ କୃତ କାର୍ଯ୍ୟ ହେବେ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ଆକସ୍ମିକ ଧନ ପ୍ରାପ୍ତି ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବନ୍ଧୁ, ମିତ୍ର ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ । ମାଲିମୋକଦ୍ଦମା, ଖେଳ, ନୃତ୍ୟଗୀତ, ପ୍ରତିଯୋଗିତାରେ ସଫଳ ହେବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଛାତ୍ର ଛାତ୍ରୀମାନଙ୍କର ସହପାଠୀମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!