ଦୈନିକ ରାଶିଫଳ: 18 ଫେବୃୟାରୀ 2023, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୮ତାରିଖ, ଶନିବାର, କୁମ୍ଭମାସ ୬ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର ସନ୍ଧ୍ୟା ୫ଟା ୪୧ ମିନିଟ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବ୍ୟତିପାତ ଯୋଗ ରାତ୍ରି ୭ଟା ୩୫ମିନିଟ ପରେ ବରୀୟାନ ଯୋଗ। ଗର କରଣ ଦିବା ୯ଟା ୫୧ମିନିଟ୍ ପରେ ବଣିଜ କରଣ। ବୃଷ, ସିଂହ ଓ କନ୍ୟା ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ବାଇଗଣ ନ ଖାଇଲେ ଭଲ ରାତ୍ର ୮ଟା ୨ମିନିଟ ପରେ ବିରି ଜାତୀୟ ଖାଦ୍ୟ ଏବଂ ତୈଳ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ରାତି ୮ଟା ୨ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୬ଟା ୧୭ମିନିଟ୍ ରୁ ୭ଟା ୪୩ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୩ ମିନିଟ, ଦିବା ୪ଟା ୧୮ମିନିଟ୍ ରୁ ୭ଟା ୧୭ମିନିଟ୍, ରାତ୍ର ୪ଟା ୪୩ ମିନିଟ ରୁ ୬ଟା ୧୭ମିନିଟ। ଶୁଭସମୟ- ଦିବା୧୦ଟା ୩୪ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୮ଟା ୧୪ମିନିଟ୍ ରୁ ୧୦ଟା ୪୫ମିନିଟ୍, ରାତ୍ର ୧୨ଟା ୨୫ମିନିଟ୍ ରୁ ୨ଟା ୬ମିନିଟ୍, ରାତ୍ର ୨ଟା ୫୬ମିନିଟ୍ ରୁ ରାତ୍ର ୪ଟା ୩୬ମିନିଟ୍। ପର୍ବଦିନ- ସ୍ମାର୍ତ୍ତ ସମ୍ମତ ମହାଶିବରାତ୍ରି, ଜାଗର, ଶରଣ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବା ସହ ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିପାରିବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଜୀବନସାଥିଙ୍କସହ ମତାନ୍ତର ଦେଖାଦେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ଶତ୍ରୁନାଶ ହେବ। ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ଟାଣୁଆନେତା, ପୁରୁଖାନେତା ଆପଣଙ୍କ ପାଇଁ ବିପଦକୁ ଡେଇଁବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରି ପାରନ୍ତି। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ନିଜକୁ ଅସୁସ୍ଥ ମନେ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନବ୍ୟବସାୟ ବିସ୍ତାର କରିବା ଫଳରେ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ଆପଣ ଏମିତି କାର୍ଯ୍ୟ କରିବେ ଯାହାକି ଆପଣଙ୍କ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ଦାମ୍ପତ୍ୟସୁଖରେ ସୁଖୀହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ରାସ୍ତା ସଫା ହୋଇଯିବ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଅର୍ଥ ଆଦାନପ୍ରଦାନରେ ବିଶେଷ ଲାଭବାନ୍ ହେବେ। ପୂର୍ବଋଣ ପରିଶୋଧ କରିବାପାଇଁ ସାମର୍ଥ୍ୟ ହେବେ। ଅନେକଦିଗରୁ ଧନାଗମ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଶାରିରୀକ ସୁସ୍ଥତା ଦେଖା ଦେବାସହ ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୁଟୁମ୍ବ ଓ ପାରିବାରିକ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!