ଦୈନିକ ରାଶିଫଳ: ୧୮ ଜାନୁୟାରୀ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିକୁ ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ଲାଭ ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଜାନୁୟାରୀ ୨୦୧୯

ମେଷ:-

ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ ଓ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ ଆନନ୍ଦ ଅନୁଭବ କରିବେ। ଶୁଭ ସମ୍ବାଦ ପାଇ ଖୁସି ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝି ପାରନ୍ତି। ପ୍ରତିକାର-ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଆଗକୁ ବଢିବାର ସୁଯୋଗ ପାଇବେ। ଶାରୀରିକ ସୁସ୍ଥତା ଓ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ଦ୍ଵାରା ଆଶାତୀତ ଲାଭ ପାଇବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ମହିଳାମାନେ ଶୁଭ କାମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବାଣିଜ୍ୟ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ ଓ ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଆୟବୃଦ୍ଧି, ଋଣମୁକ୍ତି, କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ନାହିଁ। ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନେ ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ଓ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ଶତୃମାନେ ପରାଜିତ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ ଓ ଆୟରପନ୍ଥା ସହଜ ହେବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିପାରେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ନୂତନ କର୍ମ ନିଯୁକ୍ତି ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ;-

ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଫଳରେ ଆନନ୍ଦିତ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବାରେ ସଫଳ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!