ଦୈନିକ ରାଶିଫଳ: ୧୮ ଜାନୁୟାରୀ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ  ଆଶାତୀତ ଲାଭ ପାଇ ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଶୁଭ ସମ୍ବାଦପାଇ ଖୁସିହେବେ। ମାନସିକ ଏକାଗ୍ରତା ରଖି ପାରିବେ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। କର୍ମକ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଉଚ୍ଚ ଆଶାରେ ଆଗେଇବେ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଯଶ, ମାନ ବୃଦ୍ଧି ହେବ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ ଓ ଉତ୍ତମ ରୋଜଗାର ହେବ। ବିଦ୍ୟାରେ ଉନ୍ନତି କରିବେ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୈତିକ କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି  ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂର ଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନେଇପାରିବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅଳ୍ପ ପରିଶ୍ରମ କରି ଅଧିକ  ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!