ଦୈନିକ ରାଶିଫଳ: 18 ଜାନୁୟାରୀ 2023, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୧୮ତାରିଖ, ବୁଧବାର, ମକରମାସ ୫ଦିନ, ମାଘମାସ, କୃଷ୍ଣପକ୍ଷ, ଏକାଦଶୀତିଥି ଦିବା ୪ଟା ୩ମିନିଟ୍ ପରେ ଦ୍ଵାଦଶୀତିଥି, ଅନୁରାଧା ନକ୍ଷତ୍ର ସନ୍ଧ୍ୟା ୫ଟା ୨୨ମିନିଟ୍ ପରେ ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବୃଦ୍ଧିଯୋଗ ରାତ୍ରି୨ଟା ୪୬ମିନିଟ୍ ପରେ ଧୃବଯୋଗ । ବାଳବ କରଣ ଦିବା ୪ଟା ୩ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତ ବାର । ନିଷେଧଖାଦ୍ୟ- ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୪ଟା ୩ମିନିଟ୍ ପରେ ପୋଇ, ମସୁର ଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୪ଟା ୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୯ଟା ୧୨ମିନିଟ୍ ରୁ ୧୦ଟା ୩୪ମିନିଟ, ଦିବା ୧୧ଟା ୫୬ମିନିଟ୍ ରୁ ୧ଟା ୧୯ମିନିଟ୍, ରାତ୍ରି ୩ଟା ୧୨ମିନିଟ୍ ରୁ ୪ଟା ୫୦ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୫ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧୧ଟା ୩୫ମିନିଟ୍, ଦିବା ୧ଟା ୪୬ମିନିଟ୍ ରୁ ୪ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ୧୦ଟା ୩୮ମିନିଟ୍, ରାତ୍ର ୨ଟା ୭ମିନିଟ୍ ରୁ ୩ଟା ୧୨ମିନିଟ୍, ରାତ୍ର ୪ଟା ୫୦ ମିନିଟ୍ ରୁ ୬ଟା ୨୭ମିନିଟ୍ । ପର୍ବଦିନ- ଷଟ୍ ତିଳା ଏକାଦଶୀ, ଓଳାଶୁଣି ଯାତ୍ରା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତିରେ ସମୟ କଟାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃପକ୍ଷ ଦୁର୍ବଳ ହୋଇଯିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଦୂରଯାତ୍ରା କରି ମନ ଖୁସି ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ଜୀବନରେ ନୂତନ ଗୁରୁ ଦାୟିତ୍ୱ ଗ୍ରହଣ କରି ମାନସମ୍ମାନ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଯଶମାନ ପ୍ରତିଷ୍ଠା ମିଳିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ ସ୍ଥିତି ଭଲ ରହିବ । ଆୟ ବୃଦ୍ଧି ପାଇବା ଫଳରେ ମାନସିକ ଶାନ୍ତି ମିଳିବା ସହ ଶରୀର ଭଲ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ହୋଇ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଉପରିସ୍ଥ ଅଧିକାରୀଙ୍କ ଠାରୁ ପ୍ରୋତ୍ସାହନ ପାଇ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ । ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ । ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ବିଶେଷ ଲାଭବାନ୍ ହେବେ । ଅଧ୍ୟୟନ ପାଇଁ ତତ୍ପର ହେବା ସହ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ । ମାନସିକଦୁଶ୍ଚିନ୍ତା ଦୂରହେବ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରି ପାରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!