ଦୈନିକ ରାଶିଫଳ: ୧୮ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଜୁଲାଇ ୨୦୧୮

ମେଷ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପ୍ରତିକାର ମସୁରଡାଲି ଧର୍ମସ୍ଥାନରେ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। କର୍ମଚାରୀମାନଙ୍କର ପଦୋନ୍ନତିର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ଡିପ୍ରେସନ, ସ୍ୱାସ୍ଥ୍ୟ ହାନୀ, ମା’ ଏବଂ ପତ୍ନୀଙ୍କ ସହ ମତାନ୍ତର ସନ୍ତାନ ପାଇଁ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କର୍କଟ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା:-

ଅମିନୀ, ଜାମିନି, ମଧ୍ୟସ୍ଥତା କଲେ ଶତ୍ରୁମାନେ ଷଡ଼ଯନ୍ତ୍ର କରି କ୍ଷତି କରିବେ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ନୂଆ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବିଛା:-

କର୍ମ ପ୍ରତି ଉତ୍ସାହ ଏବଂ ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। ପରିବାରରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଭାବନାର ବଶୀଭୂତ ହୋଇ କଷ୍ଟ ସ୍ଵୀକାର କରିବେ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ। ପରିବାରରେ ଅଶାନ୍ତି ଦେଖାଦେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର ଆରାଧ୍ୟାଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ପ୍ରାପ୍ତି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!