ଦୈନିକ ରାଶିଫଳ: ୧୮ ଜୁଲାଇ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ମହିଳାମାନେ ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଉଚ୍ଚଆଶା ସଫଳ ହେବ। ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସୁଖ ଶାନ୍ତିରେ ଦିନଟି କାଟିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହୋଇପାରେ। କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ। କୋର୍ଟ କଚେରୀ ମାମଲାରେ ବିଳମ୍ବ ହେଲେବି ବିଚାର ବିଭାଗ ରାୟ ସପକ୍ଷରେ ଯିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ମହିଳାମାନେ ସୁଖ-ଶାନ୍ତିରେ ଦିନ କଟାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀମାନଙ୍କର ନାନା ବାଟରେ ଧନାଗମ ଘଟିବ ଓ କାରବାର ବଢ଼ିବ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଲୋକ ସମ୍ପର୍କ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କନ୍ୟା:

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। କର୍ମ କ୍ଷେତ୍ରରେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମହିଳାମାନେ ସନ୍ତାନଙ୍କ ଉନ୍ନତିରେ  ଖୁସୀ ଅନୁଭବ କରିବେ। ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ।ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ  ପଦୋନ୍ନତି ହେବ। କୁଟୁମ୍ବ ଓ ପାରିବାରିକ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳରେ ପ୍ରଶଂସା, କୃଷିରେ ମନନିବେଶ କରିବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ରାଜନୀତିରେ ସମସ୍ୟା ଦୂର ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଯୋଗାଯୋଗରେ ଲାଭ ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ ଭଲ ଚାଲିବ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ। ଗୃହ ସମସ୍ୟା ଦୂର ହୋଇ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ।ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!