ଦୈନିକ ରାଶିଫଳ: ୧୮ ଜୁଲାଇ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୮ ତାରିଖ, ଶନିବାର, କର୍କଟ ମାସ ୩ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର, ସକାଳ ୮ଟା ୫୯ମିନିଟ୍ ଗତେ ମିଥୁନ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର, ସକାଳ ୮ଟା ୫୯ମିନିଟ୍ ଗତେ କନ୍ୟା ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ୧ଟା ୧୦ମିନିଟ୍, ରାତ୍ର ୮ଟା ୩୬ମିନିଟ୍ ରୁ ୧୦ଟା ୪୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୈତିକ କ୍ଷେତ୍ରରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଭାଇ ଭଉଣୀଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ  ପାରିବାରିକ ଜୀବନରେ ଶାନ୍ତି ପାଇବେ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ। ବନ୍ଧୁବାନ୍ଧବଙ୍କ ସହ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। 

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ରାଜନୀତି ମାମଲାରେ ସଫଳତା ମିଳିବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।  

ମିଥୁନ:-

ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପିଲାମାନଙ୍କ ସଫଳତାରେ ଖୁସିହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଆୟର ପନ୍ଥା ସହଜ ହେବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। 

କର୍କଟ:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ଫଳରେ ଆନନ୍ଦିତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।  

ସିଂହ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ କିନ୍ତୁ ସତର୍କ ରହିଲେ ଆର୍ଥିକ ଭାରସାମ୍ୟ ରକ୍ଷାକରି ପାରିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। 

ବିଚ୍ଛା:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।  ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

ଧନୁ:-

କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଧନର ଆଗମନ ହୋଇପାରେ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ। 

ମକର:-

ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ସହ କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

କୁମ୍ଭ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ। 

ମୀନ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!