ଦୈନିକ ରାଶିଫଳ: 18 ଜୁଲାଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୮ ତାରିଖ, ରବିବାର, କର୍କଟ ମାସ ୩ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ନବମୀ ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ, ବାଳବ କରଣ ଦିବା ୧ଟା ୩୭ମିନିଟ୍ ଗତେ କୌଳବ କରଣ । ମେଷ ରାଶିର ଘାତବାର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧୨ଟା ୨୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧୧ଟା ୫୨ମିନିଟ୍ ରୁ ୧ଟା ୩୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦିବା ୧୦ଟା ୧୪ମିନିଟ୍ ରୁ ଦିବା ୧୧ଟା ୫୨ମିନିଟ୍ । ରାତ୍ରି ୧ଟା ୧୫ମିନିଟ୍ ରୁ ରାତି ୨ଟା ୩୭ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୫ଟା ୨୨ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୩୧ମିନିଟ୍ ରୁ ୨ଟା ୨ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୯ଟା ୧୮ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୧୪ମିନିଟ୍ । ପର୍ବଦିନ- ଆଡପ ମଣ୍ଡପେ ଶ୍ରୀଜୀଉଙ୍କ ନବମୀ ସନ୍ଧ୍ୟା ଦର୍ଶନ ।

ମେଷ:-ସ୍ୱଭାବରେ ଦୃଢ଼ତା ଓ କଠୋରତା ସୃଷ୍ଟି ହେବ । ଆତ୍ମନିୟନ୍ତ୍ରଣ କରିବା ଶିଖିବେ । ପ୍ରଚାର ପ୍ରସାର ମାଧ୍ୟମରେ ଲୋକ ପରିଚିତ ହେବେ । ଉଚ୍ଚାଧିକାରୀ ବ୍ୟକ୍ତି କୌଣସି କାର୍ଯ୍ୟରେ ଆପଣଙ୍କୁ ସହାୟତା କରିବେ । ଆପଣଙ୍କ ପ୍ରଭାବ ଓ ପ୍ରତିଷ୍ଠା ଲୋକ ମୁକ୍ତକଣ୍ଠରେ ସ୍ୱୀକାର କରିବେ । ସମସ୍ତପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ନିଜର କ୍ରୋଧଉପରେ ନିୟନ୍ତ୍ରଣ ନ ରଖିଲେ ସବୁ ବିଗିଡି ଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶାରୀରିକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ସହଜ ସରଳରେ ସଫଳତା ମିଳିବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭକରିବେ । ଋଣ ପରିଶୋଧ କରିବା ସହ ଋଣପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମକ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଆର୍ଥିକକ୍ଷେତ୍ରରେ ଉନ୍ନତି ଦେଖାଦେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ପ୍ରେମକ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ଜୀବନ ସାଥିଙ୍କ ସହ ମତାନ୍ତର ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଉତ୍ତମ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ମାନସିକ ଶାନ୍ତି ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ । ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପାରିବାରିକ କ୍ଷେତ୍ରରେ ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିପାରେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସନ୍ତାନଙ୍କ ସହ ପରିବାରରେ ହସ ଖୁସିରେ ସମୟ ବିତିବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସମାଧାନ ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ । ନିଜର କ୍ରୋଧଉପରେ ନିୟନ୍ତ୍ରଣ ନ ରଖିଲେ ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ପାରିବାରିକ ଜୀବନରେ ସୁଧାର ଆସି ସୁଖସମୃଦ୍ଧି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟ କ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଆଲୋଚନା କରିବେ । ରାଜନୀତି କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ନାନା ବାଟରେ ଧନାଗମ ଘଟିବ । ପାରିବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବା ଫଳରେ ଉଚ୍ଚଶ୍ରେଣୀ ପାଇବେ । ନିଜକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣାର ସମାଧାନ ହୋଇ ପାରିବାରିକ ଜୀବନରେ ସୁଖସମୃଦ୍ଧି ବୃଦ୍ଧି ହେବ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ । କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!