ଦୈନିକ ରାଶିଫଳ: ୧୮ ଜୁନ୍ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୮ ତାରିଖ, ଗୁରୁବାର, ମିଥୁନ ମାସ ୪ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ସକାଳ ୯ଟା ୪୦ମିନିଟ୍ ଗତେ ତ୍ରୟୋଦଶୀ ତିଥି, ଦ୍ଵିଜା ନକ୍ଷତ୍ର, ସକାଳ ୮ଟା ୩୧ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ପୋଇ, ମସୁର ଡାଲି ନ ଖାଇଲେ ଭଲ। ସକାଳ ୯ଟା ୪୦ମିନିଟ୍ ଗତେ ବାଇଗଣ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୩ମିନିଟ୍, ସକାଳ ୯ଟା ୩୬ମିନିଟ୍ ରୁ ୧୧ଟା ୨୦ମିନିଟ୍, ସନ୍ଧ୍ୟା ୭ଟା ୮ମିନିଟ୍ ରୁ ରାତ୍ର ୯ଟା ୧୫ମିନିଟ୍। ପର୍ବଦିନପଠାଣି ସାମନ୍ତଙ୍କ ତିରୋଧାନ ଦିବସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କର୍ମଚାରୀମାନେ ଅଧିକ ପରିଶ୍ରମ କରି ଯଶସ୍ୱୀ ହେବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇବେ। ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ନିଜେ ଗାଡ଼ି ଚଳାନ୍ତୁ ନାହିଁ। ପତ୍ନୀଙ୍କସହ ମତାନ୍ତର ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହୋଇ ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ, କାଷ୍ଠ ଉପକରଣ ଇତ୍ୟାଦି ଜାଗା, ଜମି, ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ସମସ୍ୟା ବୃଦ୍ଧି ସହିତ ବ୍ୟୟ ବୃଦ୍ଧି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ଶତୃମାନେ ଦୂରେଇ ଜିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ ଭଲ ରହିବା ଫଳରେ ମାନସିକ ଶାନ୍ତି ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପାରିବାରିକ କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସରକାରୀ କାମରେ ସଫଳତା ମିଳିବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମୀପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। କୃଷିଜୀବିମାନେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରେମୀ ପ୍ରେମିକାଙ୍କ ମିଳନ ହେବ। ପୁରୁଣା ନିବେଶ ଲାଭ ଦେବ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ।  ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସେୟାର ବଜାରରେ ମୁନାଫା ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ସନ୍ତାନଙ୍କ ସହଯୋଗରେ ଆଗକୁ ବଢିପାରିବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କାର୍ଯ୍ୟକ୍ଷେତ୍ରରେ ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ଦୁଃଖୀ ଲୋକଙ୍କୁ ସାହାରା ହୋଇ ପାରନ୍ତି। ବନ୍ଧୁଙ୍କ ଦ୍ଵାରା କୌଣସି ଶୁଭ ସମାଚାର ଶୁଣିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଆଧ୍ୟାତ୍ମିକ ବା ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ସହ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମସ୍ୟାର ସମାଧାନ କରିବେ। କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପରିବାରର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ନିଜର ଚତୁରତା ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। 

ମୀନ:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମାନସିକ ସ୍ଥିତି ସୁଦୃଢ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ମାନ ପ୍ରତିଷ୍ଠା ବଢିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ରାଜନୈତିକ କ୍ଷେତ୍ରରେ ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!