ଆଜି କେମିତି ରହିବ ଆପଣଙ୍କ ଦିନ : ୧୮ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଜୁନ୍ ୨୦୧୮

ମେଷ-

ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଶିକ୍ଷାର୍ଥୀମାନେ  ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରିପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ଅସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟା ଅନ୍ଧ,ବିଧବାଙ୍କୁ ସାହାଯ୍ୟ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବ୍ୟବସାୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ-

କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ  ପ୍ରଚୁର ଲାଭ ହେବ। ପାରିବାରିକ କ୍ଷେତ୍ରରେ ଆନ୍ତିରକତା  ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

କର୍କଟ

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ। ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପାରିବାରିକ କ୍ଷେତ୍ରରେ ନିଜ ପ୍ରଭାବ ଫଳରେ ପ୍ରତିକୂଳ ସ୍ରୋତକୁ ଆତିକ୍ରମ କରିହେବ। ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର:- ଅନ୍ଧ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ-

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ। ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା-

ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯଥାର୍ଥ କର୍ମଯୋଗୀ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କରଜର ମାତ୍ରା ହ୍ରାସ ପାଇବ।ମହିଳାମାନେ ଭୋଗବିଳାସରେ ଦିନଟି କାଟିବାପାଇଁ ଆଗ୍ରହୀହେବେ। ରାଜନୀତି କ୍ଷେତ୍ରରେ ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର:-ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା-

ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ। ମାଲିମୋକଦ୍ଦମାରେ ଓ ରାଜନୀତିରେ ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ। ପାରିବାରିକ କ୍ଷେତ୍ରରେ ଦିବ୍ୟଗୁଣ ଗୁଡିକ ପ୍ରକାଶ ପାଇବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର:- ଅସହାୟବୃଦ୍ଧ ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା-

କର୍ମକ୍ଷେତ୍ରରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ ବୈଜ୍ଞ।ନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟକ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ମହିଳାମାନଙ୍କର କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ-

ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ। ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ମାଛ, ଛେନା, ପାଳଙ୍ଗ, ବାଦାମ, ଦହି ଓ ଲେମ୍ବୁ ସରବତ ପ୍ରଭୃତି ଖାଇବା ହିତକର।

ମକର-

ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଭାବମୂର୍ତ୍ତି ଅମଳିନ ରହିବ। ପରିବାରକ୍ଷେତ୍ରରେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଅମ୍ଳ, ଅଜୀର୍ଣ୍ଣ  ପ୍ରଭୃତି ରୋଗ ଦେଖାଦେଇ ପରେ। ପ୍ରତିକାର:- ଅସହାୟା ବିଧବା ମାନଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣିପାରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ  

ମୀନ-

ବ୍ୟବସାୟ ପାଇଁ  ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ମହିଳାମାନଙ୍କପାଇଁ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଧାର୍ମିକ କାର୍ଯ୍ୟରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!