ଦୈନିକ ରାଶିଫଳ: ୧୮ ଜୁନ୍ ୨୦୧୯, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଅଟକି ଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃ ମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇ ପାରେ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଶୁଭ ସମାଚାର ମିଳିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ବିବାହ କାର୍ଯ୍ୟରେ ମଧ୍ୟ ସଫଳ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

କନ୍ୟା:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଯୁବକ-ଯୁବତୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ସମସ୍ତ କ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ। ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ସାମାଜିକ ପ୍ରତିAଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!