ଦୈନିକ ରାଶିଫଳ: 18 ଜୁନ 2022, ଶନିଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୮ତାରିଖ, ଶନିବାର, ମିଥୁନମାସ ୪ଦିନ, ଆଷାଢମାସ କୃଷ୍ଣପକ୍ଷ, ପଞ୍ଚମୀତିଥି, ଶ୍ରବଣା ନକ୍ଷତ୍ର ପ୍ରାତଃ ୭ଟା ୩୯ମିନିଟ୍ ପରେ ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବୈଧୃତି ଯୋଗ ଦିବା ୧ଟା ୪୯ମିନିଟ୍ ପରେ ବିଷ୍କୁମ୍ଭ ଯୋଗ। କୌଳବ କରଣ ଦିବା ୧ଟା ୩୫ମିନିଟ୍ ପରେ ତୈତିଳ କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ରାତି ୧୨ଟା ୨୦ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୫୦ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୩ଟା ୫ମିନିଟ୍, ଦିବା ୪ଟା ୪୪ମିନିଟ୍ ରୁ ସନ୍ଧ୍ୟା ୭ଟା ୪୪ମିନିଟ୍, ରାତ୍ର ୩ଟା ୫୧ମିନିଟ୍ ରୁ ୫ଟା ୧୨ମିନିଟ୍। ଶୁଭସମୟ- ଦିବା ୧୦ଟା ୯ମିନିଟ୍ ରୁ ୧୨ଟା ୧୩ମିନିଟ୍, ଦିବା ୩ଟା ୬ମିନିଟ୍ ରୁ ୩ଟା ୪୪ମିନିଟ୍, ରାତ୍ର ୭ଟା ୪୫ମିନିଟ୍ ରୁ ୭ଟା ୪୯ମିନିଟ୍, ରାତ୍ର ୧୧ଟା ୨୭ମିନିଟ୍ ରୁ ୧ଟା ୩୪ମିନିଟ୍, ରାତ୍ର ୩ଟା ୩ମିନିଟ୍ ରୁ ୩ଟା ୫୦ମିନିଟ୍।

ମେଷ:-କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଶାନ୍ତି ଲଭିବେ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ସନ୍ତାନଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ଗୃହୋପକରଣ ଓ ସମ୍ପତ୍ତି କ୍ରୟ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ସମ୍ମାନର ସହିତ ଆଜିସମୟ ବିତାଇବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ଭାଇ ବନ୍ଧୁମାନେ କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ପ୍ରେମିକ ପ୍ରେମିକା ମାନେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଘର ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେଇପାରେ। ରାଜନୀତି କ୍ଷେତ୍ରରେ ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ। ପରିବହନରେ ବିଶେଷ ଲାଭବାନ ହେବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଯୁବକ ଯୁବତୀମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ନୂତନ ଯୋଜନାରେ ସଫଳତା ମିଳିବ। ନୂତନକର୍ମ ନିଯୁକ୍ତି ପାଇବେ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!