୨୦୨୦ ମସିହା, ମାର୍ଚ୍ଚ ମାସ ୧୮ତାରିଖ, ବୁଧବାର, ମୀନ ମାସ ୫ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ଦଶମୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ– ପ୍ରାତଃ ୫ଟା ୫୬ମିନିଟ୍ ରୁ ୭ଟା ୩୦ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୬ଟା ୪୨ମିନିଟ୍ ରୁ ରାତ୍ର ୧୦ଟା ୪୧ମିନିଟ୍।
ମେଷ:-
ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।
ବୃଷ:-
କର୍ମରେ ଉନ୍ନତି ସହିତ ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ। ପ୍ରତିକାର– ଶଣ୍ଢକୁ ଖାଇବାକୁ ଦିଅନ୍ତୁ।
ମିଥୁନ:-
ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ। ଖେଳ ଓ ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।
କର୍କଟ:-
କର୍ମରେ ଉନ୍ନତି, ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ।
ସିଂହ:-
ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିରୋଧିମାନେ ଦୂରେଇଯିବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜ ନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କନ୍ୟା:-
ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଯାନ ବାହନ ସୁଖ ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-
କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ବଢ଼ିବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ପ୍ରତିକାର– ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।
ବିଚ୍ଛା:-
ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ପ୍ରତିକାର–ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ଧନୁ:-
ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ।
ମକର:-
ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କାମ କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି ନତୁବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-
ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କୌଣସି ବନ୍ଧୁଙ୍କ ଦ୍ଵାରା ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରେମପ୍ରସଙ୍ଗରେ ଉନ୍ନତି ହୋଇପାରେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ।
ମୀନ:-
ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988