ଦୈନିକ ରାଶିଫଳ: 18 ମାର୍ଚ୍ଚ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୮ତାରିଖ, ଗୁରୁବାର, ମୀନମାସ ୫ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ଦ୍ଵିଜାନକ୍ଷତ୍ର, ଦିବା ୧୦ଟା ୩୪ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ୭ଟା ୩୦ମିନିଟ୍, ଦିବା ୧୦ଟା ୪୪ମିନିଟ୍ ରୁ ୧ଟା ୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିହେବେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଶାରିରୀକ ସୁସ୍ଥତା ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ଅତି ଉତ୍ତମ ଫଳ ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ସିଂହ:-

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

କନ୍ୟା:-

ବ୍ୟବସାୟରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖାଦେଇପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବିଦ୍ୟା କ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଉନ୍ନତି ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ । ଆକସ୍ମିକ ଧନ ଲାଭ ହେବ । ବିରାଟ ଯୋଜନାର ସଂକଳ୍ପ ନେବେ । ନୂତନ ଦ୍ରବ୍ୟ କ୍ରୟ କରି କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିଦ୍ଵନ୍ଦିତା ପରୀକ୍ଷାରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଲେଖାପଢାରୁ ଶୁଭଫଳ ମିଳିବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟରେ ମନମୁତାବକ ଲାଭପାଇବେ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଭାଗୀଦାରୀ ବ୍ୟବସାୟ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ଅସହଯୋଗ କରିପାରନ୍ତି । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ବିଦ୍ୟାରେ ଉନ୍ନତି ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ମନ ଓ ଶରୀର ଭଲ ରହିବ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!